ଭଦ୍ରକ ଜିଲ୍ଲାର ବନ୍ତଛକଠାରେ ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଭଦ୍ରକ : ଭଦ୍ରକ ଜିଲ୍ଲାର ବନ୍ତ ଛକଠାରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ମୃତ୍ୟୁବରଣ କରିଥିବା ବେଳେ ୩୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏଥିସହ ୫ ଜଣଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ୨ ଜଣଙ୍କୁ ଚିକିତ୍ସା ଲାଗି କଟକ ବଡ଼ ଡାକ୍ତରଖାନାକୁ ପଠାଇ ଦିଆଯାଇଥିବା ବେଳେ ଅନ୍ୟ ୩ ଜଣଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

ମିଳିଥିବା ସୂଚନାନୁସାରେ ଭଦ୍ରକ ଜିଲ୍ଲାର ବନ୍ତ ଛକଠାରେ ଜାତୀୟ ରାଜପଥ-୧୬ରେ ବସ୍‌-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ  ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ବସ୍‌ରେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧାମନଗରରୁ ଉର୍ସ ପର୍ବ ସାରି ଫେରୁଥିବା ବେଳେ ବନ୍ତ ଛକଠାରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଆହତମାନଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨୫ ଜଣ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଦୁର୍ଘଟଣା ପରେ ଜାତୀୟ ରାଜପଥ-୧୬ରେ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏଥିସହିତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ମେଡିକାଲରେ ପହଞ୍ଚିଥିବା ସୂଚନା ମିଳିଛି।

ସମ୍ବନ୍ଧିତ ଖବର