ସମ୍ବଲପୁର: ଶାସନ ଥାନା ପ୍ରଧାନପାଲି ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ରେଙ୍ଗାଲିର ସୁନୀଲ ଗୁଜରାଲ। ସୋମବାର ରାତି ସେ ରେଙ୍ଗାଲିରୁ ସମ୍ବଲପୁରକୁ ଆସୁଥିବା ବେଳେ ପ୍ରଧାନପାଲି ନିକଟରେ ତାଙ୍କୁ ଏକ ଗାଡ଼ି ଧକ୍କା ଦେଇଥିଲା।
ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ସହାୟତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ଶାସନ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/dead-f.jpg)