ବାଇକ୍ ଦୁର୍ଘଟଣାରେ ଜଣେ ମୃତ

Advertisment
କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ଦେବଗଡ଼: ତିଲେଇବଣି ବ୍ଲକର ଲଇମୁରା-କୈଳାସ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା‌ ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ପୌରାଞ୍ଚଳ ମହୁଲଢ଼ିପା ସାହିର ଯଶୋବନ୍ତ ନାୟକ(୨୧) ଏବଂ ଆହତ ଜଣକ ସେହି ସାହିର ସୌଭାଗ୍ୟ ଫତକାର(୨୩) ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଯଶୋବନ୍ତ ଓ ସୌଭାଗ୍ୟ ବାଇକ୍ ଯୋଗେ ଲଇମୁରା ଗ୍ରାମରୁ ଦେବଗଡ଼ ଫେରୁଥିବା ବେଳେ କୈଳାସ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ବାଇକରୁ ଖସିପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗ୍ରାମବାସୀମାନେ ଦେବଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଯଶୋବନ୍ତଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଲଇମୁରା ଥାନା ପୁଲିସ ମୃତଦେହ ଜବତ କରି ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ଶୁକ୍ରବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe