ଗଛରେ ପିଟି ହୋଇ ବାଇକ୍ ଆରୋହୀ ମୃତ

ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଛେଳିଡଙ୍ଗରୀ ପଞ୍ଚାୟତ ଅନ୍ତର୍ଗତ ପାଣ୍ଡ୍ରିପୋଖନା ଗ୍ରାମ ନିକଟରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ରାଇଘର ବ୍ଲକ ଅନ୍ତର୍ଗତ ମାଲବେଡା ଗ୍ରାମର ଭବତୋଷ ଗଣ୍ଡ(୩୦) ଆଜି ସଂଧ୍ୟାରେ ଏକ ବାଇକ୍ ଯୋଗେ ନିଜ ଘରକୁ ଫେରୁଥିଲେ। ତେବେ ପଣ୍ଡ୍ରିପୋଖନା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ଟି ରାସ୍ତା ପାର୍ଶ୍ବରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣ‌ାରେ ଭବତୋଷ ଗୁରୁତର ହୋଇ ରାସ୍ତା ପାର୍ଶ୍ବରେ ପଡି ରହିଥିଲେ। ଏହା ଦେଖିବା ପରେ ସ୍ଥାନୀୟ ଗ୍ରାମବାସୀ ୧୦୮ ଆମ୍ବୁଲାନ୍‌ସକୁ ଫୋନ କରିଥିଲେ। ପରେ ଆମ୍ବୁଲାନ୍‌ସ ଘଟଣାସ୍ଥଳରେ ପହଞ୍ଚି ଭବତୋଷଙ୍କୁ ରାଇଘର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ‌ଘୋଷଣା କରିଥିଲେ। ଏ‌େନଇ ରାଇଘର ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ସମ୍ବନ୍ଧିତ ଖବର