ସୋର: ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଚାରିଜଣ ଆହତ ହୋଇଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ସୋର ବ୍ଲକ ନଟାପଡା ପଂଚାୟତ ୱାଦା ଗ୍ରାମର ହରିଶ ମଳିକ (୧୮) ଏବଂ ଆହତମାନେ ହେଲେ ସେହି ଗ୍ରାମର ସୁଭଦ୍ରା ମଳିକ(୧୭) ମତାଜୀ ମଳିକ(୪୫) ଭାଗ୍ୟଲକ୍ଷ୍ମୀ ମଳିକ(୩୬) ଓ ଜ୍ୟୋତିପ୍ରିୟା ମଳିକ (୨୦)। ସମସ୍ତେ ଗୋଟିଏ ପରିବାରର ହୋଇଥିବା ବେଳେ ଆଜି ଆଜି ସକାଳେ ସାଙ୍ଗହୋଇ ବିଲକୁ କାମ କରିବାକୁ ଯାଇଥିଲେ। ବର୍ଷା ଘଡଘଡି ହେବାରୁ ସମସ୍ତେ ଗୋଟିଏ ଜାଗାରେ ବସିଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ଏଥିରେ ସମସ୍ତେ ଆହତ ହୋଇଥିଲେ।
ସ୍ଥାନୀୟ ଲୋକେ ଓ ପରିବାର ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ହରିଶଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ରଖିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/08/s-20.jpg)