ଛତ୍ରପୁର: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲି ଗ୍ରାମରେ ଆଜି ସକାଳେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ସମୁଦ୍ରରେ ଗାଧୋଇବା ବେଳେ ଭାସିଯାଇଛନ୍ତି ଦୁଇ ଛାତ୍ରୀ। ଏମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ନିଖୋଜ ଥିବା ଜଣାଯାଇଛି। ମୃତ ଛାତ୍ରୀ ହେଲେ କନିଷିର ସ୍ୱପ୍ନାରାଣୀ ପଣ୍ଡିତ ଏବଂ ନିଖୋଜ ଛାତ୍ରୀ ହେଲେ ଶେରଗଡ଼ର ଗୁଡିଲି ତ୍ରିପାଠୀ।
ଉଭୟେ ଯାତ୍ରା ଦେଖିବା ପାଇଁ ନିଜ ମାମୁଙ୍କ ଘରକୁ ଆସିଥିବା ବେଳେ ଆଜି ସକାଳ ୭ଟା ବେଳେ ୫ଜଣ ସାଙ୍ଗଙ୍କ ସହ ମିଶି ସମୁଦ୍ରକୁ ଗାଧୋଇବା ପାଇଁ ଯାଇଥିଲେ। ସେଠାରେ ସ୍ନାନ କରିବା ବେଳେ ଅସାବଧାନତା ହେତୁ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିବା ବେଳେ ଜଣେ ମୃତ ଏବଂ ଜଣେ ନିଖୋଜ ହୋଇଛନ୍ତି। ଖବର ପାଇ ଗ୍ରାମବାସୀ ଏବଂ ଓଡ୍ରାଫ ବାହିନୀଙ୍କ ମିଳିତ ଉଦ୍ୟମରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଛାତ୍ରୀ: ଜଣଙ୍କ ପ୍ରାଣହାନି, ଜଣେ ନିଖୋଜ
Advertisment
Follow Us