ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ୩ରେ ପହଞ୍ଚିଲା ସଂଖ୍ୟା

Advertisment
ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ୩ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ବର: ଦୁଇ ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରୋଗୀ ଜଣକ ସୁସ୍ଥ ଅଛନ୍ତି ଓ ସେ ଘରେ ରହି ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଚିହ୍ନଟ କୋଭିଡ୍‌ ଆକ୍ରାନ୍ତ ଜଣକ କରୋନାର ନୂଆ ପ୍ରଜାତି ଜେଏନ୍‌.୧ରେ ଆକ୍ରାନ୍ତ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ତାଙ୍କ ନମୁନାର ଜିନୋମ ସିକ୍ବେନ୍ସିଂ ହେବା ପରେ ତାହା ସ୍ପଷ୍ଟ ହେବ। ଏବେ ରାଜ୍ୟରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବରୁ ଗତ ଶନିବାର ଦିନ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।  ଚଳିତ ମାସ ୩ ତାରିଖରେ ରାଜ୍ୟରେ ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ଏନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି, ସମସ୍ତ ତିନି ଜଣଙ୍କ ଲକ୍ଷଣ କମ ଅଛି। ସେମାନଙ୍କର କେବଳ ଥଣ୍ଡା କାଶ ରହିଛି। କେହି ହସ୍ପିଟାଲରେ ନାହାନ୍ତି. ଘରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇ ରୋଗୀ କଟକର। ତୃତୀୟ ରୋଗୀ ଗତକାଲି ଚିହ୍ନଟ ହୋଇଛି। ତାଙ୍କର ପ୍ରୋଟୋକଲ ଅନୁସାରେ ତଦନ୍ତ କରାଯାଉଛି। ପ୍ରଥମ ଦୁଇ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ନାହିଁ। ତୃତୀୟଙ୍କ ଯାଞ୍ଚ ଚାଲିଛି। ସର୍ଭେଲାନ୍ସ ଆହୁରି ବଢ଼ାଯିବ। ଯାହାର ଲକ୍ଷଣ ଦେଖାଯାଉଛି, ସେମାନେ ପରୀକ୍ଷା କରନ୍ତୁ ଓ ଘରେ ରୁହନ୍ତୁ।

ଅପରପକ୍ଷରେ ଦେଶରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜେଏନ୍‌.୧ ପ୍ରଜାତି ପାଇଁ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। କେନ୍ଦ୍ର ସରକାର ଏ ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିବା ବେଳେ ସତର୍କ ରହିବା ଲାଗି କହିଥିଲେ। ଏବେ ରାଜ୍ୟରେ ପ୍ରତ୍ୟେକ ଦିନ ୨୦୦-୩୦୦ କୋଭିଡ୍‌ ନମୁନା ପରୀକ୍ଷା କରାଯାଇଛି। ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଲୋକମାନେ ମାସ୍କ ପିନ୍ଧିବା ଲାଗି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe