ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ହେଲା ୮୩

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ତଥ୍ୟ ଦିଆଯାଇଛି । ନୂତନ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି କୁହାଯାଉଛି । ୩୮ ବର୍ଷିଅ ଯୁବକ ପଶ୍ଚିମବଙ୍ଗରୁ ଫେରିଥିଲେ । ଏଥି ସହିତ ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି ।

ସୂଚନାଯୋଗ୍ୟ, କେଇ ଘଣ୍ଟା ପୂର୍ବରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୨ ଜଣ ସୁସ୍ଥ ହୋଇଛନ୍ତି ବୋଲି ସୂଚନା ଦେଇଥିଲେ । ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ଜଣେ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଥିବା ବେଳେ ୩୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ୫୦ ଜଣ ସକ୍ରିୟ ଆକ୍ରାନ୍ତଙ୍କ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି ।

ସମ୍ବନ୍ଧିତ ଖବର