ବାଲେଶ୍ବର: ପ୍ରତିରକ୍ଷା ତଥ୍ୟ ପୁଣି ଥରେ ପ୍ରଘଟ ହୋଇଛି। ହନିଟ୍ରାପ୍ର ଶିକାର ହୋଇ ପାକିସ୍ତାନକୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ବାଲେଶ୍ବର ପୁଲିସ ଜଣଙ୍କୁ ଗିରଫ କରିଥିବା ଶୁକ୍ରବାର ସୂଚନା ଦେଇଛି। ଆଇଟିଆର ତଥ୍ୟ ଲିକ୍ ଅଭିଯୋଗରେ ବାଲେଶ୍ୱର ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତି ଜଣକ ଆଇଟିଆରର ବରିଷ୍ଠ ଅଧିକାରୀ ବୋଲି ସୂଚନା ମିଳିଛି। ଡିଆଡିଓ ତଥ୍ୟ ଲିକ୍ ପ୍ରସଙ୍ଗରେ ବାଲେଶ୍ୱର ପୁଲିସ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛି।
ଗଣମାଧ୍ୟମର ପ୍ରତିନିଧିଙ୍କୁ ଆଇଜି ହିମାଂଶୁ ଲାଲ ଓ ବାଲେଶ୍ବର ଏସ୍ପି ସାଗରିକା ନାଥ କହିଛନ୍ତି, ଯାହାକୁ ଗିରଫ କରାଯାଇଛି ତା’ପାଖରେ ତଥ୍ୟ ରହିଛି। ବାଲେଶ୍ୱର ପୁଲିସ ଏବଂ ସେଣ୍ଟରାଲ ଏଜେନ୍ସିର ମିଳିତ ଭାବେ ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ଦୀର୍ଘ ୧ ବର୍ଷ ପର୍ଯ୍ୟନ୍ତ ଭାରତର ପ୍ରତିରକ୍ଷା ସଂପର୍କିତ ତଥ୍ୟ ପାକିସ୍ତାନକୁ ଯୋଗାଇଥିଲା। ପ୍ରାଥମିକ ତଦନ୍ତରୁ ଜଣାପଡିଛି ମୋବାଇଲ୍ ମାଧ୍ୟମରେ ସେ ରାଓଲପିଣ୍ଡିରେ ଥିବା ବ୍ୟକ୍ତିଙ୍କୁ ତଥ୍ୟ ଲିକ୍ କରିଥିଲା। ହ୍ବାଟ୍ସଅପ ମାଧ୍ୟମରେ ମେସେଜ୍, ଫଟୋ ଓ ଭିଡିଓ ଦେଉଥିଲା। ଏହି ଘଟଣାର ନିରପେକ୍ଷ ତଦନ୍ତ ଚାଲିଛି। ଆଗକୁ ପଚରାଉଚରା ଚାଲିବ, ତଥ୍ୟ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/e5cd9713-94ac-46da-b7a5-3e89b97e60d5.jpg)