ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଲା

ଆକ୍ରାନ୍ତଜଣକ ମୟୂରଭଞ୍ଜ ଜିଲ୍ଲାର

ଭୁବନେଶ୍ବର: ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ସେ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସକାଳେ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏବେ ମୟୂରଭଞ୍ଜ ଜିଲ୍ଲାରୁ କରୋନା ପଜିଟିଭ୍ ଚିହ୍ନଟ ବ୍ୟକ୍ତିଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

୪୩ ଦିନ ଧରି ଗ୍ରିନ୍ ଜୋନରେ ରହିବା ପରେ ଆଜି ମୟୁରଭଞ୍ଜକୁ ମଧ୍ୟ କରୋନା ଛୁଇଁଛି । ତେବେ ଆଜି ଆକ୍ରାନ୍ତ ଚିହ୍ନଟ ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଜୋନ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ୬୨ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏଯାଏଁ ୨ଜଣଙ୍କର ମୃତ୍ୟୁ ହୋଇଛି ।

ଏହାଫଳରେ ରାଜ୍ୟରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରେ ସର୍ବାଧିକ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଥିଲା।

ସମ୍ବନ୍ଧିତ ଖବର