ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ, କରୋନାରୁ ସୁସ୍ଥଙ୍କ ସଂଖ୍ୟା ୬୩କୁ ବୃଦ୍ଧି

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି। ସୁସ୍ଥ ବ୍ୟକ୍ତିଜଣଙ୍କ ରାଉରକେଲାର ବୋଲି ସୂଚନା ମିଳିଛି। ଏହାଫଳରେ ରାଜ୍ୟରେ କରୋନାରୁ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୮୦ରେ ଥିବା ବେଳେ ୬୩ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏଣେ ଆଜି  ପୁଣି ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର