ଭୁବନେଶ୍ୱର: ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ (ଓପିଡି) ବନ୍ଦ ରହିବ। ଘଣ୍ଟାଏ ପର୍ଯ୍ୟନ୍ତ ଡାକ୍ତରମାନେ ଓପିଡିରେ ରୋଗୀ ଦେଖିବେ ନାହିଁ। ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ କରାଯିବ ବୋଲି ଓଡ଼ିଶା ମେଡିକାଲ ସେବା ସଂଘ (ଓମ୍ସା) ପକ୍ଷରୁ ଘୋଷଣା କରାଯାଇଛି। ସଂଘ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଧ୍ୟରେ ହୋଇଥିବା ଆଲୋଚନା ସକାରାତ୍ମକ ରହିଥିବା ରାଜ୍ୟ ସରକାର କହୁଛନ୍ତି। ମାତ୍ର ପୂର୍ବ ଘୋଷଣା ଅନୁଯାୟୀ ଓମ୍ସା ଆନ୍ଦୋଳନ ଜାରି ରଖିବା ଲାଗି ନିଷ୍ପତ୍ତି ନେଇଛି।
Encounter:କନ୍ଧମାଳ ପୁଲିସକୁ ବଡ଼ ସଫଳତା,ଦୁଇ ଦିନରେ କେନ୍ଦ୍ରୀୟ କମିଟି ସଦସ୍ୟ ଗଣେଶ ଉଇକେ ସମେତ ୬ ମାଓ ନେତା ନିହତ
ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଓ ଓମ୍ସା ମଧ୍ୟରେ ଗତକାଲି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସଂଘର ଦାବିକୁ ସମ୍ମାନ ଜଣାଇ ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏକ କମିଟି ଗଠନ କରାଯିବ। କମିଟି ଦାବିଗୁଡ଼ିକର ଅନୁଧ୍ୟାନ କରି ସକାରାତ୍ମକ ପଦକ୍ଷେପ ଗ୍ରହଣ କରିବ। ଲୋକଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ସଂଘ ଯେଉଁ ଆନ୍ଦୋଳନ ଡାକରା ଦେଇଛି ତହିଁରୁ ନିବୃତ୍ତ ରହିବା ଲାଗି ସେ ଅନୁରୋଧ କରିଥିଲେ। ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ଅଶ୍ବଥୀ.ଏସ୍, ସ୍ୱତନ୍ତ୍ର ସଚିବ ଡା.ବିଜୟ ମହାପାତ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
Putin: ପାକିସ୍ତାନକୁ ନେଇ ୨୪ ବର୍ଷ ତଳେ ଆମେରିକାକୁ ସତର୍କ କରାଇଥିଲେ ପୁଟିନ
ଅପରପକ୍ଷରେ ଓମ୍ସା ପକ୍ଷରୁ କୁହାଯାଇଛି ଯେ ନଭେମ୍ବର ୧୯ ତାରିଖରେ କମିଟି ଗଠନ ହେବାର ନିଷ୍ପତ୍ତି ହୋଇଥିଲେ ହେଁ ଗତକାଲି ପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ହୋଇନାହିଁ। ଦାବି ପୂରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପ୍ରତିଶ୍ରୁତି ଦିଆଯାଇନାହିଁ। ଲେବଲ୍ ୧୫ ଉଚ୍ଛେଦ ଓ ପିଜି ଇନ୍ସେନ୍ଟିଭ୍ ବୃଦ୍ଧି ପାଇଁ ସଂଘ ଦାବି କରିଥିଲେ ହେଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ତେଣୁ ଓମ୍ସାର କେନ୍ଦ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ଦାବି ପୂରଣର ଲିଖିତ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି ନିଷ୍ପତ୍ତି ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସଂପର୍କରେ ସଂଘ ପକ୍ଷରୁ ଜଣାଇ ଦିଆଯାଇଛି। ପ୍ରକାଶଥାଉକି, ୧୦ଦଫା ଦାବି ନେଇ ଓମ୍ସା ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି। ରାଜ୍ୟରେ ମଞ୍ଜୁରିପ୍ରାପ୍ତ ଡାକ୍ତରଙ୍କ ମଧ୍ୟରୁ ଅଧାରୁ ଅଧିକ ଖାଲି ପଡ଼ିଛି। ଏହି ପଦବି ପୂରଣ ସହ ଅନ୍ୟାନ୍ୟ ଦାବି ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ଓମ୍ସା ପକ୍ଷରୁ ଅନୁରୋଧ କରାଯାଇଥିଲା। ମାତ୍ର ସରକାର ଏହାକୁ ଅଣଦେଖା କରିବା ପ୍ରତିବାଦରେ ସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି।
Follow Us