ଭୁବନେଶ୍ବର: ବିଧାନସଭାରେ ଆଜି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବାଚସ୍ପତିଙ୍କ ଉପରକୁ ଚପଲ ଫୋପାଡ଼ିଛନ୍ତି ବିରୋଧୀ ବିଧାୟକ। ଲୋକାୟୁକ୍ତ ସଂଶୋଧନ ବିଲକୁ ବିରୋଧ କରି ଏଭଳି କରିଛନ୍ତି ବିରୋଧୀ ସଦସ୍ୟ। ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବାରୁ ଏଭଳି ଆଭିମୁଖ୍ୟ ଆପଣାଇଛନ୍ତି ବିରୋଧୀ।
ବିନା ଆଲୋଚନାରେ ବିଲ୍ ପାସ୍ କରିଥିବାରୁ ବିରୋଧ କରି ଚପଲ ଫିଙ୍ଗିଥିବା ଅଭିଯୋଗ ହୋଇଛି। ବିରୋଧୀ ଦଳ ନେତାଙ୍କୁ କହିବାକୁ ସୁଯୋଗ ଦିଆଯାଇନଥିବାର ବି ଅଭିଯୋଗ ହୋଇଛି। ହୋହଲ୍ଲା ଭିତରେ ବିରୋଧୀ ସଦସ୍ୟ ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗାଯାଇଥିବା କହିଛନ୍ତି ବିରୋଧୀ ସଦସ୍ୟ ମୋହନ ମାଝୀ । ତେବେ ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ ଓ ବିଧାୟକ ଜୟନାରାୟଣ ମିଶ୍ର ଚପଲ ଫିଙ୍ଗିଥିବା ନେଇ ଅଭିଯୋଗ ଆସିଛି ।
ତେବେ ଏ ପ୍ରସଙ୍ଗରେ ବିଷ୍ଣୁ ସେଠୀ ଅଭିଯୋଗକୁ ଅସ୍ୱୀକାର କରିବା ସହ କହିଛନ୍ତି, ମୁଁ ହେଡଫୋନ ଓ କଲମ ଫିଙ୍ଗିଛି। କେହି ନୂଆ ବିଧାୟକ ଚପଲ ଫିଙ୍ଗିଥିବେ। ମଣିଷକୁ ବାଧିଲେ, ଯାହା ପାରିବ ତାହା କରିବ। ସାମ୍ବିଧାନିକ ବ୍ୟବସ୍ଥାକୁ ବାଚସ୍ପତି ପାଳନ କରୁନାହାନ୍ତି ବୋଲି ଅଭିଯୋଗ କରିଛନ୍ତି ବିଷ୍ଣୁ। ତେବେ ଏଭଳି ହୋହଲ୍ଲା ଭିତରେ ଗୃହକୁ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/Attack-on-Speaker-in-Assemby_Thumbnail-1.jpg)