ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି: ବିରୋଧୀ ଦଳ ନେତା

Advertisment
ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି: ବିରୋଧୀ ଦଳ ନେତା

zee-business

ଭୁବନେଶ୍ବର: ବିଧାନସଭା ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ବିରୋଧୀ ବିଜେଡି କକ୍ଷତ୍ୟାଗ କରିଛି। ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ ଦଳ ଅତି ଦୁଃଖିତ, କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି, ଯିଏ କି ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଲେ। ଏହା ମୋତେ ଆଘାତ ଦେଇଛି। ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି। ମୁଁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ବିଧାୟକ, ମନ୍ତ୍ରୀ କି ସରକାରୀ ଅଧିକାରୀ ଯିଏ ଵି ଆଇନ ଭାଙ୍ଗୁଥିଲେ, ମୁଁ କାର୍ଯ୍ୟାନୁଷ୍ଠାନ ନେଉଥିଲି। ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହୋଇ ଥିବାରୁ, ଆମେ ଗୃହ ପରିତ୍ୟାଗ କଲୁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe