କଟକ : ବିଧାୟକଙ୍କ ଦରମା ବୃଦ୍ଧି ପ୍ରସ୍ତାବକୁ ବିରୋଧ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି।
ସାମାଜିକ କର୍ମୀ ନାରାୟଣ ଚନ୍ଦ୍ର ଜେନାଙ୍କ ତରଫରୁ ଦାୟର ଆବେଦନରେ ଉଲ୍ଲେଖ କରାଯାଇଛି ଯେ କରୋନା ସଂକ୍ରମଣ ସ୍ଥିତି ଯୋଗୁ ସାଧାରଣ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡ଼ିଛି। ସାଧାରଣ ଲୋକ ନାନା ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ପରିସ୍ଥିତି ଲାଗି ରହିଥିବା ବେଳେ ବିଧାୟକମାନଙ୍କ ଦରମା ବୃଦ୍ଧି ପାଇଁ ପ୍ରସ୍ତାବ ରହିଥିବା ସଂପର୍କିତ ଖବର ପ୍ରକାଶ ପାଇଥିଲା। ଦରମା ବୃଦ୍ଧି ପାଇଁ କେତେକ ବିଧାୟକ ଦାବି କରିଥିବା ବେଳେ ବିଧାନସଭାର କମିଟି ଏହି ପ୍ରସ୍ତାବ ଉପରେ ନିଷ୍ପତ୍ତି ନେବ। ରାଜ୍ୟର ସ୍ଥିତିକୁ ଦୃଷ୍ଟିରେ ରଖି ବିଧାୟକଙ୍କ ଦରମା ବୃଦ୍ଧି କରାଯିବା ଉଚିତ ନୁହେଁ ବୋଲି ଶ୍ରୀ ଜେନା ଦର୍ଶାଇଛନ୍ତି। ମାମଲାରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/high-court.jpg)