୨୦ ତାରିଖରୁ ସିଭିଲ୍ ସର୍ଭିସ୍ ପରୀକ୍ଷା: ପରୀକ୍ଷାର୍ଥୀ ବାଧ୍ୟତାମୂଳକ ଭାବେ ପାଳନ କରିବେ କୋଭିଡ କଟକଣା

ଭୁବନେଶ୍ୱର: ଚଳିତ ମାସରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଏବଂ ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀମାନଙ୍କ ନିମନ୍ତେ କୋଭିଡ୍ ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛିା ଏହି ମର୍ମରେ ଓଡ଼ିଶା ଲୋକସେବା ଆୟୋଗର ସଚିବଙ୍କ ପ୍ରଦତ୍ତ ସୂଚନା ଜାରି କରାଯାଇଛିା ଚଳିତ ମାସ ୨୦ ତାରିଖରୁ
ସିଭିଲ୍ ସର୍ଭିସ୍ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବି ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେଉଛିା

କୋଭିଡ୍‌କୁ ଦୃଷ୍ଟିରେ ରଖି ସବୁ ପରୀକ୍ଷାର୍ଥୀଙ୍କୁ ଏନ୍-୯୫ ମାସ୍କ ପିନ୍ଧିବାକୁ କୁହାଯାଇଛିା ମାସ୍କ ପିନ୍ଧି ନଥିବା ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିାଁ କେବଳ ପରୀକ୍ଷା ପରିଚାଳନାସଂପୃକ୍ତ ଅଧିକାରୀମାନେ ତଦାରଖ କରିବା ସମୟରେ ପରୀକ୍ଷାର୍ଥୀମାନେ ମାସ୍କ ଖୋଲିବୋ ଗୋଟିଏ ସ୍ୱଚ୍ଛ ବୋତଲରେ
ପରୀକ୍ଷାର୍ଥୀମାନେ ନିଜ ନିଜର ସାନିଟାଇଜର ନେଇପାରିବୋ ଅବଶ୍ୟ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ହାତରେ ସାନିଟାଇଜେସନ୍ ବ୍ୟବହାର କରିବା ପାଇଁ ବ୍ୟବସ୍ଥା କରାଯାଇଛିା ପରୀକ୍ଷା କେନ୍ଦ୍ରରେ ଓ ପରିସର ମଧ୍ୟରେ ପରୀକ୍ଷାର୍ଥୀମାନେ କୋଭିଡ୍ ନିୟମ ଅନୁପାଳନପୂର୍ବକ ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ବ୍ୟକ୍ତିଗତ ସ୍ୱାସ୍ଥ୍ୟରକ୍ଷା ନିୟମ
ପାଳନ କରିବାକୁ କୁହାଯାଇଛିା ସାମାଜିକ ଦୂରତ୍ୱର ନିୟମାନୁସାରେ ପରୀକ୍ଷା କେନ୍ଦ୍ରରେ ବସିବା ବ୍ୟବସ୍ଥା କରାଯାଉଛିା

ଯଦି କୌଣସି ସମୟରେ ପରୀକ୍ଷାର୍ଥୀଙ୍କର କୋଭିଡ୍ ଲକ୍ଷଣ ପ୍ରକାଶ ପାଏ, ସେ ତୁରନ୍ତ କେନ୍ଦ୍ରରେ ରହିଥିବା ପରୀକ୍ଷା ପରିଚାଳକଙ୍କୁ ଜଣାଇବୋ ଏହି ପରୀକ୍ଷାର୍ଥୀଙ୍କ ନିମନ୍ତେ ପୃଥକବାସ ସଂପୃକ୍ତ ପରୀକ୍ଷା ପ୍ରକୋଷ୍ଠର ବ୍ୟବସ୍ଥା କରାଯାଇଛିା ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଜାରି କରାଯାଇଥିବା ଏହି ସୂଚନାରେ ଉପରୋକ୍ତ ଉଭୟ ପରୀକ୍ଷା
ଦେବା ପାଇଁ ଯାଉଥିବା ପରୀକ୍ଷାର୍ଥୀମାନେ କୋଭିଡ୍ ନିୟବାବଳୀର କଠୋର ଅନୁପାଳନ ନିମନ୍ତେ ପରାମର୍ଶ ଦିଆଯାଇଛିା

ସମ୍ବନ୍ଧିତ ଖବର