ଆସନ୍ତା ୨୪ଘଣ୍ଟା ମଧ୍ୟରେ ବଜ୍ରପାତ ଓ କୁଆପଥର ମାଡ଼ ଆଶଙ୍କା ନେଇ ଏସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ବଜ୍ରପାତ ଓ କୁଆପଥର ମାଡ଼ ଆଶଙ୍କା ନେଇ ରବିବାର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ,ଢ଼େଙ୍କାନାଳ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, କଟକ, ଖୋର୍ଦ୍ଧା ଆଦି ଜିଲ୍ଲାର ରହିଛି। ଏଥିସହିତ ଏସବୁ ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, କନ୍ଧମାଳ, ଢ଼େଙ୍କାନାଳ ଓ ଯାଜପୁର ଆଦି ଜିଲ୍ଲାରେ କୁଆପଥର ମାଡ଼ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Why weatherman is worried about hailstorm in Bengaluru | Deccan Herald
Deccan Herald

ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ନେଇ ସୁନ୍ଦରଗଡ଼,ସମ୍ବଲପୁର,ଦେଓଗଡ଼,ବଲାଙ୍ଗୀର,ବୌଦ୍ଧ, ସୋନପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ କଳାହାଣ୍ଡି ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଉପରୋକ୍ତ ଜିଲ୍ଲାରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି।

କେବଳ ଏତିକି ନୁହେଁ ମଇ୧୦ରୁ ୧୧ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ,କନ୍ଧମାଳ, ନୟାଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ସାମନ୍ୟ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ବର୍ତ୍ତମାନ ତାଳଚେରରେ ସର୍ବାଧିକ ୪୨.୧ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି।

ସମ୍ବନ୍ଧିତ ଖବର