କାଳବୈଶାଖୀ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଘଣ୍ଟାପ୍ରତି ପବନର ବେଗ ରହିବ ୫୦ରୁ ୬୦ କିମି

ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଓଡ଼ିଶା ଉପରୁ ଟଳୁଛି ଝଡ଼ବର୍ଷା ଭୟ: ଆଜି ଲଘୁଚାପ, ୨୪ରେ ଅବପାତ

Down To Earth

ଭୁବନେଶ୍ବର : କାଳବୈଶାଖୀ ପାଇଁ ଆଜି (ସୋମବାର) ୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଜିଲ୍ଲାଗୁଡ଼ିକ ହେଲା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳ। ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ଓ ପବନର ବେଗ ୫୦ରୁ ୬୦ କିମି ମଧ୍ୟରେ ରହିବ। ତେଣୁ ଗଛ, କଚା ଘର ଆଦି ଭାଙ୍ଗିବାର ସମ୍ଭାବନା ରହିଛି। ତେଣୁ ଏଥିପ୍ରତି ସଜାଗ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିସନର୍‌(ଏସ୍‌ଆର୍‌ସି) ଆଜି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ଅପରପକ୍ଷେ ଗତ ୨ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଥିବାରୁ ତାତି କମିଛି। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ମଧ୍ୟରେ କମିବ ବୋଲି କେନ୍ଦ୍ର କହିଛି।

କେନ୍ଦ୍ରର ସୂଚନା ମୁତାବକ, ସୋମବାର ପରେ ପବନର ବେଗ ଅପେକ୍ଷାକୃତ କମିବ। ୪ ଓ ୫ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ରହିବ। ୬ ତାରିଖ ଆଡ଼କୁ ପବନର ବେଗ ୩୦ରୁ ୪୦ କିମିକୁ ହ୍ରାସ ଘଟିବ। ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ନୟାଗଡ଼, ପୁରୀ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାରେ ପବନ ସହ ଝଡ଼ବର୍ଷା ହେବ। କୋରାପୁଟ, ଗଜପତି, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି। ସେହିପରି ୫ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, କେନ୍ଦୁଝର, ଗଜପତି, ଗଞ୍ଜାମ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ।

ତେବେ ୬ ତାରିଖ ଦିନ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦କିମି ରହିବ ଏବଂ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ। ୪ରୁ ୬ ତାରିଖ ପର୍ଯ୍ୟନ୍ତ ଉପରୋକ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟରେ କ୍ରମାଗତ ଭାବେ କାଳବୈଶାଖୀ ବର୍ଷା ହେବା ଓ ଏହାର ବିସ୍ତୃତି ବଢ଼ିବାର ସମ୍ଭାବନା ଥିବାରୁ ଆସନ୍ତା ୩ ରୁ ୪ ଦିନରେ ତାତି ବିଶେଷ ଭାବେ କମିବାର ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe