କଟକ : ସାନଖେମୁଣ୍ଡିର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ଜେନାଙ୍କ ଜାମିନ ଆବେଦନର ଶୁଣାଣି କରି ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନରେ ଛାଡ ପାଇବା ପରେ ସେ ସାକ୍ଷ୍ୟ ପ୍ରମାଣକୁ ପ୍ରଭାବିତ କରିବା ଭଳି କୌଣସି କାର୍ଯ୍ୟ କରିବେ ନାହିଁ ବୋଲି ସର୍ତ୍ତାରୋପ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ହିମାଂଶୁ ଶେଖର ମିଶ୍ର ମାମଲା ପରିଚାଳନା କରୁଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ ଉପେନ୍ଦ୍ର ବେହେରାଙ୍କୁ ୨୦୧୭, ଜୁଲାଇ ମାସରେ ହତ୍ୟା କରାଯାଇଥିବା ନେଇ ବ୍ରହ୍ମପୁର ବଡବଜାର ଥାନାରେ ଅଭିଯୋଗ ହୋଇଥିଲା।
ପୂର୍ବତନ ବିଧାୟକ ରମେଶ ଜେନାଙ୍କୁ ଜାମିନ
Advertisment
Follow Us