ଶ୍ରୀମନ୍ଦିର ହୁଣ୍ଡି ସୁନା ଆତ୍ମସାତ ମାମଲା : ୧୦ ଦିନ ଭିତରେ ପକ୍ଷ ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ : ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ଦାନସୂତ୍ରରେ ମିଳିଥିବା ସୁନା ଅଳଙ୍କାରରୁ ସାଢେ ୩ କିଲୋରୁ ଅଧିକ ସୁନା ଗାଏବକୁ ନେଇ ଦାୟର ମାମଲାରେ ପକ୍ଷ ରଖିବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଭିନିତ ସରନ ଓ ଡକ୍ଟର ଜଷ୍ଟିସ ବି.ଆର୍‌.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଜେପି ଉପସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ମାମଲାର ଶୁଣାଣି କରି ସରକାରଙ୍କୁ ୧୦ ଦିନ ଭିତରେ ସବିଶେଷ ତଥ୍ୟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଓ ସରକାରଙ୍କ ତରଫରୁ ଏଜିଏ ବିଷ୍ଣୁ ପ୍ରସାଦ ପ୍ରଧାନ ମାମଲା ପରିଚାଳନା କରୁଛନ୍ତି। ମାମଲାରେ ଟେମ୍ପୁଲ ଫାଉଣ୍ଡେସନ ଫଣ୍ଡର ଅଧ୍ୟକ୍ଷ ମୁଖ୍ୟମନ୍ତ୍ରୀ, ଆଇନ ବିଭାଗ ସଚିବ, ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ, ଭିଜିଲାନ୍ସ ନିର୍ଦ୍ଦେଶକ ଓ ସିବିଆଇକୁ ପକ୍ଷଭୁକ୍ତ କରାଯାଇଛି।

ସମ୍ବନ୍ଧିତ ଖବର