ଏପ୍ରିଲ ୨୮ରେ ଓୟୁଏଟି ପ୍ରବେଶିକା ପରୀକ୍ଷା

ଭୁବନେଶ୍ବର : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି) ଅଧୀନରେ ଥିବା ସମସ୍ତ ମହାବିଦ୍ୟାଳୟର ପ୍ରାକ୍‌ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ନାମଲେଖା ପାଇଁ ଏପ୍ରିଲ ୨୮ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ୨୦୧୯-୨୦ ଶିକ୍ଷାବର୍ଷରେ ନାମଲେଖା ଲାଗି ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷା ଦେବା ଛାତ୍ରଛାତ୍ରୀ ଯୁକ୍ତ୨ ବିଜ୍ଞାନ ବିଭାଗରେ ପାସ୍‌ କରିଥିବା ଆବଶ୍ୟକ। ଏଥିସହ ଯୁକ୍ତ୨ ବିଜ୍ଞାନ ବିଭାଗ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଦେବା ପାଇଁ ଆବେଦନ କରିପାରିବେ। ଏ ସମ୍ପର୍କିତ ଅଧିକ ତଥ୍ୟ ଓୟୁଏଟି ୱେବସାଇଟ୍‌ ‘www.ouat.nic.in’ରେ ଉପଲବ୍ଧ ହେଉଛି ବୋଲି ବିଶ୍ବବିଦ୍ୟାଳୟ କୁଳସଚିବ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର