ଭୁବନେଶ୍ବର : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି)ର ୩୮ତମ ସମାବର୍ତନ ଉତ୍ସବ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ବିଶ୍ବବିଦ୍ୟାଳୟ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି କେ ମିଶ୍ର ଓ ନାଲ୍କୋର ପୂର୍ବତନ ଅଧ୍ୟକ୍ଷ ଅଶୁଂମାନ ଦାଶଙ୍କୁ ସମ୍ମାନସୂଚନ ଡକ୍ଟରେଟ୍ ପ୍ରଦାନ କରାଯିବ। ବିଶ୍ବବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ଇମ୍ଫାଲସ୍ଥିତ କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଏସ୍ ଆୟାପାନ୍ନ ମୁଖ୍ୟଅତିଥି ଭାବେ ଯୋଗଦେବେ। ବିଶ୍ବବିଦ୍ୟାଳୟର ଉପ-କୁଳାଧିପତି ତଥା କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କୁଳପତି ପ୍ରଫେସର ପୱନ କୁମାର ଅଗ୍ରୱାଲ ଉତ୍ସବରେ ଉପସ୍ଥିତ ରହିବେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ଡିଗ୍ରି ଓ ମେଡାଲ ପ୍ରଦାନ କରାଯିବ ବୋଲି ବିଶ୍ବବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।