ବହିଷ୍କାର ହେଲେ  ଓୟୁଏଟି କୁଳପତି ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ

ଭୁବନେଶ୍ବର : ରାଜ୍ୟ ସରକାର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଗତ ୧୯ ତାରିଖରେ ସେ ନିଜ ଚାକିରିରୁ ଇସ୍ତଫା ଦେଇଥିଲେ । ସେ ନିଜର ଇସ୍ତଫାପତ୍ର ଡାକ ଯୋଗେ ରାଜ୍ୟପାଳଙ୍କ ନିକଟକୁ ପଠାଇଦେଇଥିଲେ । ତେବେ ତାଙ୍କର ଇସ୍ତଫାପତ୍ର ପହଞ୍ଚିବା ପୂର୍ବରୁ ତାଙ୍କୁ ବହିଷ୍କାର କରାଯାଇଛି ।

ପ୍ରଫେସର ପଶୁପାଳକଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିବା ପରେ କିଛି ଦିନ ତଳେ କୁଳାଧିପତି ତଥା ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଛୁଟିରେ ଯିବା ଲାଗି ନିର୍ଦ୍ଦେଶ ଦେଇଥିଲେ।

ପଶୁପାଳକ ତାଙ୍କ ପଦବୀର ଅପବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଓୟୁଏଟିରେ ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ଜାଲିଆତି ହୋଇଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।

ସମ୍ବନ୍ଧିତ ଖବର