୩ ଦିନରେ କୋଟିଏରୁ ଅଧିକ କଇଁଛ ଛୁଆ ସମୁଦ୍ରକୁ ଗଲେ; ଗହୀରମଥା ପୁଣି ଚଳଚଞ୍ଚଳ

Advertisment

ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇଛି। ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର ସମୁଦ୍ରକୁ ଯାଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଥିବା ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ....

ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇଛି। ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର ସମୁଦ୍ରକୁ ଯାଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଥିବା ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ....

gddgcvcv

ରାଜନଗର: ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇଛି। ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର ସମୁଦ୍ରକୁ ଯାଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଥିବା ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ଗହୀରମଥାର ନାସୀ-୨ରେ ୨ ଲକ୍ଷ ୫୩,୪୨୬ ଅଲିଭ୍‌ ରିଡ୍‌ଲେ ଅଣ୍ଡାଦାନ କରିଥିବା ବେଳେ ଏକକୂଳା ନାସୀରେ ୨ଲକ୍ଷ ୯୬,୪୩୬ କଇଁଛ ଅଣ୍ଡାଦାନ କରିଥିଲେ। ମଙ୍ଗଳବାର ଓ ବୁଧବାର ଦୁଇ ଦିନରେ ନାସୀ-୨ ରୁ ୮୨ଲକ୍ଷ କଇଁଛ ଶାବକ ସମୁଦ୍ରକୁ ଯାଇଥିଲେ। ଆଜି ସନ୍ଧ୍ୟାରୁ ନାସୀ-୨ରୁ କଇଁଛ ଶାବକ ବାଲିରୁ ବାହାରି ସମୁଦ୍ରକୁ ଯିବା ଆରମ୍ଭ କରିଛନ୍ତି। ଅଣ୍ଡାଗୁଡ଼ିକର ଛୁଆ ଫୁଟିବା ସମୟରେ ସୁରକ୍ଷା ଦେବା ପାଇଁ ଗହୀରମଥା ଡେପୁଟି ରେଞ୍ଜ ଅଫିସର୍‌ କପିଳେନ୍ଦ୍ର ପ୍ରଧାନଙ୍କ ସମେତ ବନ ବିଭାଗର କର୍ମଚାରୀ ସଜାଗ ରହିଛନ୍ତି। ଏହି ପ୍ରକ୍ରିୟା ଆଉ ଚାରିଦିନ ପର୍ଯ୍ୟନ୍ତ ଚାଲୁ ରହିବ।  ୩୧ ବର୍ଷ ପରେ ଏକକୂଳାନାସୀ କଇଁଛମାନେ ଚଳିତ ବର୍ଷ ଗଣ ଅଣ୍ଡାଦାନ କରିଥିଲେ। ତେବେ ଏକକୂଳା ନାସୀରୁ କଇଁଛ ଶାବକ ବାହାରି ନଥିବା ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପିନାଥ ଯାଦବ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe