ରାଜ୍ୟସ୍ତରୀୟ ‘ସୁରଭି’ରେ ଯୋଗ ଦେବେ ୨୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେଉଛି। ନଭେମ୍ବର ୧୨ ରୁ ୧୪ ତାରିଖ ଯାଏଁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି।

ଅଦ୍ୟତନ ହୋଇଛି
17e78225-a72c-4a17-8178-b4a231823015

ଭୁବନେଶ୍ୱର: ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେଉଛି। ନଭେମ୍ବର ୧୨ ରୁ ୧୪ ତାରିଖ ଯାଏଁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହି ମହୋତ୍ସବରେ ବ୍ଲକ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ। ପ୍ରାୟ ୨୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ। 

ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟମାନ ଆୟୋଜନ କରାଯାଇଛି। 

7dfdbd1d-136b-4f5b-9fa1-996036360334

ସ୍କୁଲ ପିଲାମାନଙ୍କର ଦକ୍ଷତା ବୃଦ୍ଧିର ସକାଶେ ରାଜ୍ୟ ସରକାର ଶିଶୁ ମହୋତ୍ସବ ‘ସୁରଭି’ର ଆୟୋଜନ କରୁଛନ୍ତି। ଏହା ସ୍କୁଲ, ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରରେ ଆୟୋଜନ ହେଉଛି। ବ୍ଲକସ୍ତରରୁ ପର୍ଯ୍ୟାୟକ୍ରମେ ଚୟନିତ ହୋଇ ପ୍ରତିଭାବାନ୍‌ ଛାତ୍ରଛାତ୍ରୀ ରାଜ୍ୟସ୍ତରରେ ପହଞ୍ଚୁଛନ୍ତି।

ମଙ୍ଗଳବାର ସନ୍ଧ୍ୟାରେ ‘ସୁରଭି’ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ  ସୁଶାନ୍ତ କୁମାର ରାଉତ, ବିଧାୟକ ବାବୁ ସିଂ, ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଅତିଥି ଭାବରେ ଯୋଗ ଦେବେ। ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ, ଶିଶୁ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଧାୟକ ବାବୁ ସିଂ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe