ଏହି ୧୮ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା

ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା !

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୫୦ରୁ ୬୦କିଲୋମିଟର ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି।

ରାଜ୍ୟର କେନ୍ଦୁଝର,ମୟୂରଭଞ୍ଜ, ଢ଼େଙ୍କାନାଳ,ଅନୁଗୁଳ, ଯାଜପୁର,ଭଦ୍ରକ,ବାଲେଶ୍ୱର,କେନ୍ଦ୍ରାପଡ଼ା,ଜଗତସିଂହପୁର, ପୁରୀ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ,ଗଜପତି,କନ୍ଧମାଳ,ନବରଙ୍ଗପବୁର ଓ ନୂଆପଡ଼ା ଆଦି ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ମଧ୍ୟ ହୋଇପାରେ। ଏହି ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି ବୋଲି ଆଞ୍ଚଳିକ ପାଣିପାଗକେନ୍ଦ୍ର ସତର୍କ ସୂଚନା ଜାରି କରିଛି। ବିଜୁଳି ମାରୁଥିବା ସମୟରେ କୌଣସି ବୈଦ୍ୟୁତିକ ସାମଗ୍ରୀ ବ୍ୟବହାର ନକରିବାକୁ ବି କୁହାଯାଇଛି।

ଏହି କ୍ରମରେ ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ର ୪୧.୧ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ର ୨୦.୫ଡିଗ୍ରୀ ରେକର୍ଡ କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର