Paddy procurement: ଜାନୁଆରି ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନ କିଣା: ଧାନ କିଣା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Advertisment

ବର୍ତ୍ତମାନ ସୁଦ୍ଧା ସବୁ ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇନଥିବାରୁ ବିରୋଧୀ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ଏହାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧାନ କିଣା ପ୍ରକ୍ରିୟାର ସମୀକ୍ଷା କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ସବୁ ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇନଥିବାରୁ ବିରୋଧୀ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ଏହାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧାନ କିଣା ପ୍ରକ୍ରିୟାର ସମୀକ୍ଷା କରିଛନ୍ତି।

paddy puchase  statrs at sambalpur

paddy puchase statrs at sambalpur Photograph: (sambad.in)

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ସବୁ ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇନଥିବାରୁ ବିରୋଧୀ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ଏହାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧାନ କିଣା ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜାନୁଆରି ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ। ଲୋକସେବା ଭବନରେ ବସିଥିବା ଏହି ବୈଠକର ଅାଲୋଚନାରୁ ଜଣାପଡ଼ିଛି ଯେ ଆଜି ପର୍ଯ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲାରେ ଧାନ କ୍ରୟ ପ୍ରକ୍ରିୟା ଚାଲୁ ରହିଛି। ୧୭ଟି ଜିଲ୍ଲାରେ ଟୋକନ ପ୍ରଦାନ କରାଯାଇଛି। ଆଗାମୀ ଗୋଟିଏ ସପ୍ତାହ ମଧ୍ୟରେ ଆଉ ୫ଟି ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ। ବର୍ତ୍ତମାନ ସୁଦ୍ଧା ୧,୧୧,୧୨୮ଜଣ କୃଷକ ତାଙ୍କର ୪,୯୭,୫୯୪ ମେଟ୍ରିକ୍ ଟନ୍ ଧାନ ବିକ୍ରୟ କରିପାରିଛନ୍ତି। ଏପର୍ଯ୍ୟନ୍ତ ଏଥିପାଇଁ ପ୍ରାୟ  ୧୦୫୬.୦୮ କୋଟି ଟଙ୍କାର ଅର୍ଥପ୍ରଦାନ କରାଯାଇଛି।

Chief Secretary: ଅନୁ ଗର୍ଗ ପ୍ରଥମ ମହିଳା ମୁଖ୍ୟ ସଚିବ: ଜାନୁଆରି ପହିଲାରୁ ନୂଆ ଦାୟିତ୍ବ ସମ୍ଭାଳିବେ

ବୈଠକରେ ଧାନ ସଂଗ୍ରହରେ ଯେପରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ୱନ ହେବ ଏବଂ କୌଣସି ପରିସ୍ଥିତିରେ ଚାଷୀଙ୍କ ହକ୍‌ ଉପରେ ଆଞ୍ଚ୍ ନ ଆସିବ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ  ଦେଇଥିଲେ। ମିଲର୍‌ମାନେ ଯେପରି ଚାଷୀଙ୍କ ଠାରୁ ଠିକ୍ ଭାବେ ଧାନ ସଂଗ୍ରହ କରିବେ ଏବଂ ଚାଷୀମାନେ ଯେପରି ଠିକ୍ ସମୟରେ ତାଙ୍କ ପ୍ରାପ୍ୟ ପାଇବେ ସେଥିପ୍ରତି ଅଧିକାରୀମାନେ ପୂରା ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ବୈଠକରେ ଅଣଧାନ ଫସଲ ସଂଗ୍ରହ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ବିଶେଷକରି ମାଣ୍ଡିଆ, ଡାଲି ଜାତୀୟ ଫସଲ ଓ ତୈଳବୀଜ ଚାଷକୁ ଅଧିକ ପ୍ରୋତ୍ସାହନ ଦେବା ପାଇଁ କୁହାଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ, ମୁଖ୍ୟ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର  ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଯୋଗାଣ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ, କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

How will prison reform be done: କେମିତି ହେବ ଜେଲ୍‌ ସଂସ୍କାର? ଅଭିଯୋଗ ଥିବା ଅଧିକାରୀଙ୍କୁ ପ୍ରୋତ୍ସାହନ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe