ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

Advertisment
ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସସିବି ମେଡିକାଲରେ ପରଲୋକ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ଦୁଇ ଦିନ ତଳେ ପୁଣି ଥରେ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ ପଦ୍ମଶ୍ରୀ କମଳା ପୂଜାରୀ।  ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଆଣି ତାଙ୍କୁ ଏସ୍‌ସିବି ମେଡ଼ିସିନ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏସ୍‌ସିବି ଭେଷଜ ବିଭାଗର ବରିଷ୍ଠ ବିଶେଷଜ୍ଞ ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଗଠିତ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ତାଙ୍କର ୟୁରିଆ କ୍ରେଟାଇନ୍‌ ବଢିଯାଇଥିଲା। ଦାନ୍ତରେ ସଂକ୍ରମଣ ହୋଇଥିଲା। ଏସ୍‌ସିବି ମେଡିସିନ୍‌ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ବିଜୟ କୁମାର ବେହେରା, ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡା, ନେଫ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଅରୁଣା ଆଚାର୍ଯ୍ୟ, ପଲ୍‌ମୋନାରି ମେଡ଼ିସିନ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ମନୋରଞ୍ଜନ ଦାସ ପ୍ରମୁଖଙ୍କୁ ନେଇ ଚିକିତ୍ସା ପାଇଁ କମିଟି ଗଠନ କରାଯାଇଥିଲା।

publive-image
ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ। ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe