୨୦୨୩ ଡିସେମ୍ବର ସୁଦ୍ଧା ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା!

୨୦୨୩ ଡିସେମ୍ବର ସୁଦ୍ଧା ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା!

ଭୁବନେଶ୍ୱର: ୨୦୨୩ ଡିସେମ୍ବର ସୁଦ୍ଧା ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା | ମୁଖ୍ୟମନ୍ତ୍ରୀଙ୍କ ସହ କ୍ରିୟାନୁଷ୍ଠାନ କମିଟି ବୈଠକରେ ପ୍ରତିଶୃତି | ଜିଲ୍ଲା ମାନ୍ୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିବାର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଛି | ଆଚରଣ ବିଧି ଲାଗୁ ହୋଇଥିବାରୁ ବର୍ତ୍ତମାନ ଘୋଷଣା ହୋଇପାରୁନି ବୋଲି କମିଟି ପକ୍ଷରୁ କୁହାଯାଇଛି | ତେବେ ଏହାକୁ ନେଇ କ୍ରିୟାନୁଷ୍ଠାନ କମିଟି ସଦସ୍ୟର ଆବାହକ ଉମେଶ ସାହୁ କହିଛନ୍ତି ଯେ ଆଲୋଚନା ସଫଳ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ପଦ୍ମପୁର ଜିଲ୍ଲା ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ଆଗାମୀ ପଦ୍ମପୁର ଉପ ନିର୍ବାଚନରେ ବିଜେଡିର ଇସ୍ତାହାରରେ ଏହାକୁ ପ୍ରକାଶ କରାଯିବ। ଉଲ୍ଲେଖ ଥାଉ କି ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲା କ୍ରିୟାନୁଷ୍ଠାନ କମିଟି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ପଦ୍ମପୁରକୁ ଜିଲା ଘୋଷଣା କରିବା ପାଇଁ ଦାବି କରିଥିଲେ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡି ବିଧାୟକ ସୁଶାନ୍ତ ସିଂ କମିଟିକୁ ଭେଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନିମନ୍ତ୍ରଣ ଦେଇଥିଲେ। ସେହି ଅନୁରୋଧ କ୍ରମେ ଆଜି କମିଟିର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ଏହାକୁ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ କ୍ରିୟାନ୍ଵୟନ କମିଟିକୁ ମୁଖ୍ୟମନ୍ତ୍ରୀ ଆଲୋଚନା ପାଇଁ ଆମନ୍ତ୍ରଣ କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ସକାରାତ୍ମକ ଆଲୋଚନା କଲେ। ପଦ୍ମପୁର ଉପଖଣ୍ଡକୁ ଜିଲା ଘୋଷଣା କରିବା ପାଇଁ ଆମେ ପ୍ରତିଶୃତିବଦ୍ଧ ।।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe