କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

Advertisment
କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

କେନ୍ଦୁଝର: ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜ ପୈତୃକ ଘର ବୈଦରାଜ ସାହିରେ ସେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି।

publive-image

କେନ୍ଦୁଝର ସହରର ବୈଦ୍ୟରାଜ ସାହିରେ ୧୯୩୭ ମସିହା ଫେବ୍ରୁଆରି ୧୨ ତାରିଖରେ ଶ୍ରୀ କୁଅଁର ଜନ୍ମଗ୍ରହଣ କରିଥିଲେ। ସେ ୧୫ ବର୍ଷ ବୟସରୁ ଗୁରୁ ମକରଧ୍ବଜ ବେହେରାଙ୍କ ଠାରୁ କଣ୍ଢେଇ ନୃତ୍ୟ ଶିକ୍ଷା ଗ୍ରହଣ କରିଥିଲେ। ସେବେଠାରୁ ସେ ଆଉ ପଛକୁ ଫେରିନାହାନ୍ତି। ରାବଣବଦ୍ଧ, ତ୍ରିପୁରାସୁରବଦ୍ଧ, ଚନ୍ଦ୍ରହାସ୍ୟ ଖଡ୍‌ଗ, ମନ୍ଦୋଦରୀ ବିବାହ, ଚାର୍ଲସ ଶୋଭରାଜ, ବୀରସୁରେନ୍ଦ୍ର ସାଏ, ସହିଦ ଲକ୍ଷ୍ମଣ ନାୟକ, ଶ୍ରୀ ଗଣେଶ, ସତୀ ତୁଳସୀ ପରିବ ୪୫ଟି ବିଷୟବସ୍ତୁକୁ ନେଇ ସେ କଣ୍ଢେଇ ନୃତ୍ୟ ପରିବେଷଣ କରୁଛନ୍ତି। କଣ୍ଢେଇ ନୃ୍ତ୍ୟକୁ ବଞ୍ଚାଇ ରଖିବା ପାଇଁ ଶ୍ରୀ କୁଅଁରଙ୍କୁ ଅନେକ ସଂଘର୍ଷ କରିବାକୁ ପଡ଼ିଛି। ଏଥିପାଇଁ ତାଙ୍କୁ ପତ୍ନୀ ସ୍ନେହଲତାଙ୍କ ଗହଣା ସାଙ୍ଗକୁ ଘରର ବାସନକୁସନ ଏବଂ ନିଜର ମୋଟରସାଇକଲ ବିକ୍ରି କରିବାକୁ ପଡ଼ିଛି। ରାଜ୍ୟର ବିଭିନ୍ନ ମହୋତ୍ସବ ସମେତ ଦେଶର ବିଭିନ୍ନ ମଞ୍ଚରେ ସେ କଣ୍ଢେଇ ନୃତ୍ୟ ପରିବେଷଣ କରି ଉଚ୍ଚ ପ୍ରଶଂସିତ ହେବା ସହ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏଥିପାଇଁ ତାଙ୍କୁ ୨୦୦୪ରେ କେନ୍ଦ୍ର ସଂଗୀତ ନାଟକ ଏକାଡେମି ପୁରସ୍କାର ମିଳିଥିଲା। ଏହାବାଦ୍‌ ସେ ୨୦୧୪ରେ ରାଜ୍ୟ ସଂଗୀତ ନାଟକ ଏକାଡେମି ସମ୍ମାନ ସମେତ ଦେଶର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଛନ୍ତି।

କଣ୍ଢେଇ ନୃତ୍ୟର ପ୍ରଚାର ପ୍ରସାର ସାଙ୍ଗକୁ ଏହାକୁ ପରବର୍ତ୍ତୀ ପିଢ଼ି ପାଇଁ ବଞ୍ଚାଇ ରଖିବା ଦିଗରେ ଶ୍ରୀ କୁଅଁର ଅହରହ ଉଦ୍ୟମ କରିଚାଲିଛନ୍ତି। ଏଥିପାଇଁ ସେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe