ପହଣ୍ଡି ଶେଷ, ରଥାରୂଢ଼ ହେଲେ ତିନି ଠାକୁର

କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଆଜି ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଭକ୍ତଙ୍କ ମେଳକୁ ଚାଲି ଆସିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ବାହାରି ଆସିଥିଲେ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ।

ପବିତ୍ର ବାହୁଡା ଯାତ୍ରା ଅବସରରେ ତିନି ଠାକୁର ରଥାରୂଢ଼ ହୋଇ ଭକ୍ତଙ୍କ ମେଳରେ ବଡ଼ଦାଣ୍ଡରେ ଯାତ୍ରା କରିବେ । ଅତ୍ୟନ୍ତ ମନୋରମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି । ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଠାକୁର ଶ୍ରୀବଳଭଦ୍ର । ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ବାଇଶି ପାହଚ ଦେଇ ଓହ୍ଲାଇ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଥିଲା । ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତ ମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।

ସମ୍ବନ୍ଧିତ ଖବର