ପୁରୀ: ରାତି ପାହିଲେ ଶ୍ରୀଜିଉଙ୍କ ୯ଦିନିଆ ରଥଯାତ୍ରା। ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖାଯାଉଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି। ସମସ୍ତଙ୍କର ନଜର ମହାପ୍ରଭୁଙ୍କ ରଥରେ ବିରାଜମାନ ହେବାର ଦୃଶ୍ୟକୁ ନିଜର ଚକ୍ଷୁରେ ଦେଖିବା। ଭକ୍ତିର ସହିତ ଜୟଜଗନ୍ନାଥ କହିବା। ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି। ଆସନ୍ତାକାଲି (ମଙ୍ଗଳବାର) ପୂର୍ବାହ୍ଣ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ। ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ।
/sambad/media/post_attachments/wp-content/uploads/2023/06/d2558129-74be-4800-85a6-3a659887df2e-e1687175082170.jpg)
ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ନୀତି) ପକ୍ଷରୁ ସୂଚନା ଦିଆଯାଇଛି ଯେ, ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ପ୍ରସ୍ତୁତି ହୋଇସାରିଛି। ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ମଙ୍ଗଳବାର ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହେବ। ୬ଟା ୧୦ରେ ମଇଲ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ (ଖେଚୁଡି ଭୋଗ) ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ।
ପହଣ୍ଡି ଶେଷ ହେଲା ପରେ ଦିନ ୧୨ଟା ୩୦ରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି,ବେଶ ଶେଷ ହେବ। ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/50014d1b-74e8-4da6-98f8-467090f0528f.jpg)