ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ସଂପନ୍ନ, ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ଆରମ୍ଭ

ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ସଂପନ୍ନ, ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ଆରମ୍ଭ

ପୁରୀ: ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି  ତାପରେ ଆରମ୍ଭ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ସମାପନ ହୋଇଛି। ଏବେ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଥିବା ଜଣାଯାଇଛି। ମହାପ୍ରଭୁ ଜଗନ୍ନାଥଙ୍କର ପହଣ୍ଡି ବିଜେ ଆରମ୍ଭ ହୋଇଛି। ବଡ଼ ଟାହିଆ ବାନ୍ଧି ଝୁଲି ଝଲି ବିଜେ କରୁଛନ୍ତି କାଳିଆ ସାଆନ୍ତ । ହରିବୋଲ, ଖଙ୍ଖ ଓ ଘଣ୍ଟ ଧ୍ୱନିରେ ମୁଖରିତ ହୋଇଉଠିଛି ଶ୍ରୀକ୍ଷେତ୍ର ।

publive-image

ଆଜି ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା । କରୋନା କଟକଣା ଭିତରେ କେବଳ ପୁରୀରେ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଆଜି ଭାଇ ଭଉଣୀଙ୍କୁ ସାଥିରେ ଘେନି ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ କାଳିଆ ସାଆନ୍ତ । ହେଲେ ବ୍ୟତିକ୍ରମ ହେଉଛି ଚଳିତ ବର୍ଷ ବଡ଼ଦାଣ୍ଡରେ ରଥଯାତ୍ରାରେ ଯିବା ବେଳେ ଆଉ କାଳିଆକୁ ଚାହିଁବେନି ଲକ୍ଷ ଲକ୍ଷ ଭକ୍ତ ।
କାରଣ, ଭକ୍ତଙ୍କୁ ବଡ଼ଦାଣ୍ଡ ମନା । ଟିଭି ପରଦାରେ ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ ।

publive-image
ତେବେ କଡ଼ା କଟକଣା ଭିତରେ ପ୍ରଥମେ ଆରମ୍ଭ ହୋଇଥିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି । ଏହି ଅବସରରେ ଆରମ୍ଭ ହୋଇଥିଲା ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି । ମା’ ସୁଭଦ୍ରାଙ୍କୁ ଦେବଦଳନ ରଥରେ ସ୍ଥାପନା କରିବା ପାଇଁ ସେବାୟତ ମାନେ ଆରମ୍ଭ କରିଥିଲେ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି । ଏହାପରେ ବଡ଼ଠାକୁର ବଳଭଦ୍ରଙ୍କର ପହଣ୍ଡି ବିଜେ ନୀତି ସରିଛି ।

ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି। ଜନ୍ମବେଦୀ ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe