ପୁରୀ: ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ବାହୁଡ଼ା ଯାତ୍ରା। ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଚାଲି ଆସିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ବାହାରି ଆସିଥିଲେ।
/sambad/media/post_attachments/wp-content/uploads/2021/07/pu.jpg)
ଅତ୍ୟନ୍ତ ମନୋରମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି। ଦେବଦଳନ ରଥରେ ରଥାରୂଢ଼ ହୋଇ ସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା। ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ଶ୍ରୀବଳଭଦ୍ର। ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି। ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ବାଇଶି ପାହଚ ଦେଇ ଓହ୍ଲାଇ ଆସିବାର ଦୃଶ୍ୟ ଭକ୍ତମାନଙ୍କୁ ବିମୋହିତ କରିଥିଲା। ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।
ଏହାପରେ ଗଜପତି ମହାରାଜ ଛେରାପହଁରା ନୀତି ବି ସମାପନ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/07/Shreejiu_Thumbnail.jpg)