ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ ମରାମତି ହେବ। ଏଥିସହ ସିଂହଦ୍ୱାର ରୁପା ଛାଉଣୀ କରାଯିବ। ଆଜି ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏହି ସୂଚନା ଦେଇଛନ୍ତି। ଉଭୟ କାର୍ଯ୍ୟ ରଥଯାତ୍ରା ଅବଧି ମଧ୍ୟରେ ସାରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି। ଦାତାମାନେ ରୁପା ଦାନ କରିବେ ବୋଲି ସେ ସୂଚନା ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ମହାପ୍ରଭୁଙ୍କ ଗଜଦନ୍ତ ରତ୍ନ ପଲଙ୍କ ପୁରୁଣା ହେଲାଣି। ପଲଙ୍କର ଗୋଡ଼ ସହ ଅନ୍ୟାନ୍ୟ ସ୍ଥାନ ସବୁ ଭାଙ୍ଗି ଦୋହଲିଲାଣି; ଲାଗିଥିବା ରୁପା ଛାଡ଼ିଗଲାଣି। ବହୁଦିନରୁ ମରାମତି ଦାବି ହୋଇ ଆସୁଥିଲେ ବି ଶ୍ରୀମନ୍ଦିର ପ୍ରଶାସନ ଆବଶ୍ୟକ ପଦକ୍ଷେପ ନିଆଯାଉ ନଥିଲା। ଦୈନିକ ଭଙ୍ଗା ପଲଙ୍କରେ ମହାପ୍ରଭୁ ଶୋଉଛନ୍ତି। ଆଉ ଏହି ଭଙ୍ଗା ପଲଙ୍କରେ ସବୁ ନୀତିକାନ୍ତି ହେଉଛି। ସେପଟେ ଯେଉଁ ଶେଯ ପଡ଼ିଛି, ତାହା ବି ପୁରୁଣା ହୋଇଗଲାଣି ବୋଲି ଅଭିଯୋଗ ଉଠିଥିଲା। ନିକଟ ଅତୀତରେ ଶ୍ରୀମନ୍ଦିରର ବିଭିନ୍ନ ଦ୍ବାର ରୁପା ଚାଦରରେ ଆଚ୍ଛାଦିତ କରାଯାଇଥିବା ବେଳେ ମହାପ୍ରଭୁଙ୍କ ଏହି ଭଙ୍ଗା ଗଜଦନ୍ତ ପଲଙ୍କର ମରାମତି ସହ ନୂଆ ଶେଯ, ତକିଆ ଆଦି ବ୍ୟବସ୍ଥା କରିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ସେବାୟତମାନେ ଦାବି କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/05/p-2.jpg)