ପାଳଲହଡ଼ା ବିଧାୟକ ମୁକେଶ ପାଳଙ୍କୁ କରୋନା, ଜାଣନ୍ତୁ ଏହା ପୂର୍ବରୁ ରାଜ୍ୟର କେଉଁ ବିଧାୟକଙ୍କୁ ହୋଇଥିଲା କରୋନା

ଭୁବନେଶ୍ୱର/ଅନୁଗୁଳ: ପାଳଲହଡ଼ା ବିଧାୟକ ମୁକେଶ କୁମାର ପାଳଙ୍କୁ କରୋନା ସଂକ୍ରମଣ ହୋଇଛି । ବିଧାୟକ ଶ୍ରୀ ପାଳ ନିଜେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ମୁଁ ନିଜ ବାସଭବନରେ ଗୃହ ସଂଗରୋଧରେ ଅଛି । ମୁଁ ସଂପୂର୍ଣ୍ଣ ଭାବେ ସୁସ୍ଥ ଅଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ନମୁନା ପରୀକ୍ଷା କରିବା ଲାଗି ସେ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟର ବହୁ  ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ି, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଢେଙ୍କାନାଳ ସଦର ବିଧାୟକ ସୁଧୀର କୁମାର ସାମଲ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ପାଟଣଗଡ଼ ବିଧାୟକ ସରୋଜ ମେହେର, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ବରୀ ବିଧାୟିକା ସୁନନ୍ଦା ଦାସ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ  ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

ଏହା ପୂର୍ବରୁ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ସେହିପରି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ରାଜ୍ୟ ଶିଶୁ ଓ ମହିଳା ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଖାଦ୍ୟ ଯୋଗାଣ, ଉପଭୋକ୍ତା କଲ୍ୟାଣ ତଥା ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇଥିବା ହୋଇଛନ୍ତି ।

 

ସମ୍ବନ୍ଧିତ ଖବର