ଅଟୋରେ ଆସି ଭୋଟ୍ ଦେଲେ ପାଣ୍ଡିଆନ୍, ଜନସାଧାରଣଙ୍କୁ ମତଦାନ ଅଧିକାର ସାବ୍ୟସ୍ତ କରିବାକୁ ଅନୁରୋଧ କଲେ

ଅଟୋରେ ଆସି ଭୋଟ୍ ଦେଲେ ପାଣ୍ଡିଆନ୍, ଜନସାଧାରଣଙ୍କୁ ମତଦାନ ଅଧିକାର ସାବ୍ୟସ୍ତ କରିବାକୁ ଅନୁରୋଧ କଲେ

ଭୁବନେଶ୍ବର: ଶନିବାର ସକାଳେ ବିଜେଡି ନେତା ଭିକେ ପାଣ୍ଡିଆନ ୟୁନିଟ୍-୬ର ୪୪ ନମ୍ବର ବୁଥ୍‌ରେ ପହଞ୍ଚି ଭୋଟ୍ ଦେଇଛନ୍ତି। ସକାଳୁ ଏକ ଅଟୋରେ ବସି ବୁଥରେ ପହଞ୍ଚି ଲମ୍ବା ଧାଡିରେ ଲାଇନରେ ଛିଡା ହୋଇ ସେ ଭୋଟ୍ ଦେଇଛନ୍ତି।

ଭୋଟ ଦେବା ପରେ ପାଣ୍ଡିଆନ ଜନସାଧାରଣଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ସମସ୍ତେ ବହୁସଂଖ୍ୟାରେ ଆସି ଭୋଟ ଦିଅନ୍ତୁ ଏବଂ ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।

ଅଟୋ ଚାଳକ ସଂଘ ମୋତେ ଆଟୋରେ ବସିବାକୁ ଅନୁରୋଧ କରିଥିଲେ, ତେଣୁ ଅଟୋରେ ଆସି ଭୋଟ ଦେଲି । ଛାତ୍ରଜୀବନ ସମୟରେ ଅଟୋରେ ଯାଉଥିଲୁ, ସେ ପୁରୁଣା ସ୍ମୃତି ମନେ ଆଜି ପଡିଲା ।

ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ପାଣ୍ଡିଆନ ମଧ୍ୟ ୪୪ ନମ୍ବର ବୁଥରେ ପହଞ୍ଚି ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe