ପାଣିଗ୍ରାହୀ-ପାଠକ ମାମଲା ଘୁଞ୍ଚିଲା

କଟକ : ଗୋଟିଏ ଆପରାଧିକ ଘଟଣାକୁ ନେଇ ଗୋପାଳପୁର ବିଧାୟକ ଡ.ପ୍ରଦୀପ ପାଣିଗ୍ରାହୀ, ପୂର୍ବତନ ଆଇଏଫଏସ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ବିରୋଧରେ ଏକାଧିକ ଏତଲା ରୁଜୁ ଅଭିଯୋଗ ସଂପର୍କିତ ମାମଲାର ହାଇକୋର୍ଟରେ ଶୁଣାଣି ଘୁଞ୍ଚିଛି। ଅକ୍ଟୋବର ୨୭କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ପାଣିଗ୍ରାହୀ ଓ ପାଠକ ବାପ-ପୁଅଙ୍କ ତରଫରୁ ଦାୟର ପୃଥକ ତିନୋଟି ମାମଲାର ଏକତ୍ର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୁଲିସ ଡିଜି, କ୍ରାଇମବ୍ରାଞ୍ଚ ଏଡିଜି, ଗଞ୍ଜାମ ଏସପି ଓ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଛି। ଏପ୍ରିଲ ୧୨ରେ ହାଇକୋର୍ଟ ମାମଲା ଗୁଡିକର ଏକତ୍ର ଶୁଣାଣିକରି ପ୍ରତିପକ୍ଷଙ୍କୁ ନୋଟିସ୍ ଜାରି କରି ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର