ବାତ୍ୟା ‘ଦାନା’ର ଗତିପଥରେ ସମାନ୍ୟ ପରିବର୍ତ୍ତନ: ଭିତରକନିକା-ଧାମରା ମଝିରେ ସ୍ଥଳଭାଗ ଛୁଇଁ ଅଳ୍ପ ଦୂରେଇବା ସମ୍ଭାବନା

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ର ଗତିପଥରେ ସମାନ୍ୟ ପରିବର୍ତ୍ତନ ହୋଇଛି। ଫଳରେ ଏହା ଭିତରକନିକା-ଧାମରା ମଝିରେ ସ୍ଥଳଭାଗ ନ ଛୁଇଁ ଅଳ୍ପ ଦୂରେଇବା ସମ୍ଭାବନା ରହିଛି...

6annzxkapa

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି।  ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି।

ପୂର୍ବରୁ ‘ଦାନା’ ଭିତରକନିକା ଏବଂ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍‌  କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା।

ମାତ୍ର ଏବେ ବାତ୍ୟା ‘ଦାନା’ର ଗତିପଥରେ ସମାନ୍ୟ ପରିବର୍ତ୍ତନ ହୋଇଛି। ଫଳରେ ଏହା ଭିତରକନିକା-ଧାମରା ମଝିରେ  ସ୍ଥଳଭାଗ ଛୁଇଁ ଅଳ୍ପ ଦୂରେଇବା ସମ୍ଭାବନା ରହିଛି।

ଅକ୍ଟୋବର ୨୪ ଗୁରୁବାର ମଧ୍ୟ ରାତିରୁ ବାତ୍ୟା‘ଦାନା’ର ଲ୍ୟାଣ୍ଡଫଲ୍‌  ପ୍ରକ୍ରିୟା ଆରମ୍ଭ ହୋଇ ୨୫ ଅକ୍ଟୋବର ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜାରି ରହିବ।  ଲ୍ୟାଣ୍ଡଫଲ୍‌  ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତି ଜାରି ହେବ। ଏହି ସମୟ ମଧ୍ୟରେ ସର୍ବାଧିକ ପବନର ବେଗ ପ୍ରାୟ ୧୨୦ କିଲୋମିଟର ହେବାର ସମ୍ଭାବନା ଅଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର  ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହା ସୂଚନା ଦେଇଛନ୍ତି। 

ଅଧିକ ପଢ଼ନ୍ତୁ:

ଭିତରକନିକା ଏବଂ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ‘ଦାନା’:ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ୫ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ

ବାତ୍ୟା ‘ଦାନା’:୫ ଜିଲ୍ଲାକୁ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe