ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ସମ୍ପର୍କରେ ଘୋଷଣା କରିଛନ୍ତି। ‘ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକମାନେ ଏହି ବର୍ଦ୍ଧିତ ପେନ୍‌ସନ୍‌ ପ‌ାଇବେ। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ୍‌ ଯୋଜନାରେ ଉପକୃତ ହେଉଛନ୍ତି।

Advertisment

ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ନିର୍ମାଣ ଶ୍ରମିକମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନ୍‌ସନ ୨୦୨୪ ଫେବ୍ରୁଆରି ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକ ଖର୍ଚ୍ଚ ଓଡ଼ିଶା କୋଠାବଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।