ମହାପ୍ରଭୁଙ୍କ ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ, ଅନୁମତି ଦେଲା ଏଏସ୍‌ଆଇ

ମହାପ୍ରଭୁଙ୍କ ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ, ଅନୁମତି ଦେଲା ଏଏସ୍‌ଆଇ

ପୁରୀ: ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଲେଜର ସ୍କାନିଂ ହେବ। ଏନେଇ ଏଏସଆଇକୁ ଅନୁମତି ଦିଆଯାଇଛି। ପରିଚାଳନା ବୈଠକ ଶେଷ ହେବା ପରେ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏନେଇ ସୂଚନା ଦେଇଛନ୍ତି।

ପରିଚାଳନା ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଲେଜର ସ୍କାନିଂ ପାଇଁ ଏଏସଆଇ ଅନୁମତି ମାଗିଥିଲା। ଏଏସ୍‌ଆଇର ପ୍ରସ୍ତାବକୁ ବିଭିନ୍ନ ଦିଗରୁ ତର୍ଜମା କରାଗଲା ପରେ ଶ୍ରୀମନ୍ଦିରର ଲେଜର ସ୍କାନିଂ ପାଇଁ ଅନୁମତି ଦିଆଯାଇଛି। ଏବେ କାର୍ତ୍ତିକ ବ୍ରତ ଚାଲୁଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କର ଭିଡ଼ ରହୁଛି। ତେଣୁ ଭିଡ଼କୁ ଦୃଷ୍ଟିରେ ରଖି ଲେଜର ସ୍କାନିଂ ପାଇଁ ଏଏସଆଇ ନିଷ୍ପତ୍ତି ନେବ। ଆସନ୍ତା ୨୮ ତାରିଖ ଅର୍ଥାତ୍ କାର୍ତ୍ତିକ ପୂର୍ଣ୍ଣମୀ ପରଦିନ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ। ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ଲେଜର ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ରହିଛି ଏବଂ କ'ଣ ସମସ୍ୟା ରହିଛି ତାହା ଜଣାପଡ଼ିବ। ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ। ସେହିଭଳି ନିର୍ଦ୍ଧାରିତ ସମୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସରିବ ବୋଲି ସେ କହିଛନ୍ତି।

ତେବେ ଏହି ଲେଜର ସ୍କାନିଂ ଏଏସାଆଇ ପାଖରେ ପହଞ୍ଚିଥିବା କହିଛନ୍ତି ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା ତଥା ଏଏସାଆଇ ସୁପରିଟେଣ୍ଡ। ଆଜି ନିଳାଦ୍ରୀ ଭକ୍ତ ନିବାସ ଠାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ଟେକ୍ନିକାଲ କମିଟି, ଏଏସାଆଇ ସୁପରିଟେଣ୍ଡ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe