ଅଗଷ୍ଟ ୨୩ରୁ ସ୍ନାତକୋତ୍ତର ପ୍ରବେଶିକା ପରୀକ୍ଷା, ଅକ୍ଟୋବର ୧୫ ସୁଦ୍ଧା ନାମଲେଖା

ଭୁବନେଶ୍ୱର: ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଆସନ୍ତା ଅଗଷ୍ଟ ୧୯ ତାରିଖଠାରୁ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ହେବ । ସେପ୍ଟେମ୍ବର ୨୭ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ । ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବା ପାଇଁ ୨୦୨୧-୨୨ ଶିକ୍ଷାବର୍ଷରେ ଅଗଷ୍ଟ ୨୧ ତାରିଖ ଠାରୁ ପ୍ରବେଶିକା ପରୀକ୍ଷାର ଆୟୋଜନ କରାଯିବ । ଏହା ସେପ୍ଟେମ୍ବର ୧ ତାରିଖ ଯାଏଁ ଜାରି ରହିବ । ସେହିପରି ଅକ୍ଟୋବର ୧୫ ତାରିଖ ସୁଦ୍ଧା ସ୍ନାତକୋତ୍ତର ପ୍ରଥମ ସେମିଷ୍ଟାର ପାଇଁ ନାମଲେଖା ଶେଷ ହେବ ।

ସ୍ନାତକୋତ୍ତର ଶେଷ ସେମିଷ୍ଟାର ପିଲାମାନଙ୍କର ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ପିଲାମାନଙ୍କର ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ସୁଦ୍ଧା ପ୍ରକାଶ ପାଇବ ।

ସମ୍ବନ୍ଧିତ ଖବର