ଏକକ ପିଜି ପରୀକ୍ଷା ପାଇଁ ପ୍ରସ୍ତୁତ କରିବେ ୩ ବିଶ୍ୱବିଦ୍ୟାଳୟ

ଭୁବନେଶ୍ବର : ୨୦୨୦-୨୧ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ବବିଦ୍ୟାଳୟଗୁଡ଼ିକରେ ପିଜି ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। କଳା ବିଭାଗରେ ହେବାକୁ ଥିବା ପରୀକ୍ଷା ପାଇଁ ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ ସମୟ ଧାର୍ଯ୍ୟ ସହ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯିବ। ସେହିପରି ବାଣିଜ୍ୟ ଓ ବିଜ୍‌ନେସ୍‌ ଆଡମିନିଷ୍ଟେସନ ପାଇଁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଏବଂ ବିଜ୍ଞାନ ବିଭାଗ ପାଇଁ ସମ୍ବଲପୁର ବିଶ୍ବବିଦ୍ୟାଳୟ ପ୍ରଶ୍ନପତ୍ର ପ୍ରସ୍ତୁତ କରିବ। ଏଥିସହ କେଉଁ ଆଧାରରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ଚୟନ ହେବେ, ସେନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ କମନ୍‌ ଷ୍ଟୁଡେଣ୍ଟ ଲାଇଫ୍‌ ସାଇକେଲ୍ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ, ଲର୍ଣ୍ଣିଂ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ, ଏକ୍ସାମିନେସନ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ ଆଦି ଉପରେ ବି ଆଲୋଚନା ହୋଇଛି।

ସମ୍ବନ୍ଧିତ ଖବର