ପୁରୀ ହାଜତ ମୃତ୍ୟୁ ମାମଲାରେ ସରକାରଙ୍କଠାରୁ ରିପୋର୍ଟ ତଲବ କଲେ ହାଇକୋର୍ଟ

ବିଜେପି ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟଙ୍କ ସମେତ ୨୨ଜଣଙ୍କୁ ହାଇକୋର୍ଟରୁ ଜାମିନ

କଟକ: ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ସରକାରଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି। ସୋମବାର ସୁଦ୍ଧା ଏ ସମ୍ପର୍କିତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଦାଖଲ କରିବା ପାଇଁ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୁରୀର ଆଇନଜୀବୀ ଶରତ କୁମାର ରାୟଗୁରୁଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାରେ ଦୋଷୀ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହିତ ପୀଡ଼ିତ ପରିବାରକୁ କ୍ଷତିପୂରଣ ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। ଏଥି ସହିତ ହାଜତ ମୃତ୍ୟୁ ଅଭିଯୋଗର ତଦନ୍ତ ତଦାରଖ ହାଇକୋର୍ଟ କରନ୍ତୁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

ଗତକାଲି ପୁରୀ ବାସେଳିସାହି ଥାନାରେ ହାଜତ ମୃତ୍ୟୁ ଅଭିଯୋଗ ହୋଇଥିଲା। କେ.ରମେଶ ନାମକ ଯୁବକଙ୍କୁ ଥାନା ଭିତରେ ପିଟିପିଟି ମାରି ଦିଆଯାଇଥିବା ମୃତକଙ୍କ ପରିବାର ଲୋକେ ଗୁରୁତର ଅଭିଯୋଗ ଆଣିଛନ୍ତି। ରମେଶଙ୍କ ଦେହସାରା ମାଡ଼ ଦାଗ ରହିଥିବାବେଳେ ନୋଳା ଫାଟି ରକ୍ତ ଜମାଟ ବାନ୍ଧିଥିବା ଦେଖିବାକୁ ମିଳିଥିଲା । ମାଡ଼ରେ ଦେହସାରା ସିଝି କଳା ପଡ଼ିଯାଇଥିଲା। ଏହାକୁ କେନ୍ଦ୍ରକରି ପୁରୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସର ଏଭଳି ବର୍ବରତା ବିରୋଧରେ ପରିବାର ଲୋକଙ୍କ ସହ ବିଜେପି ଓ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ତେଣେ ପୁଲିସ ପରିବାର ଲୋକଙ୍କୁ ନ ଜଣାଇ କେ.ରମେଶଙ୍କ ଶବ ସତ୍କାର କରିଦେବାରୁ ନୂଆ ବିବାଦ ମୁଣ୍ଡଟେକିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe