ଭୁବନେଶ୍ବର: ପିପିଲି ଉପନିର୍ବାଚନରେ ଅପରାହ୍ଣ ୧ଟା ସୁଦ୍ଧା ୪୫.୩୨ ପ୍ରତିଶତ ମତଦାନ ହୋଇଥିବାର ସୂଚନା ମିଳିଛି। ଏହାପୂର୍ବରୁ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଥିଲେ। ସେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜିନାହିଁ।
ସୂଚନାଯୋଗ୍ୟ, ପିପିଲି ଉପନିର୍ବାଚନ ପାଇଁ ଆଜି କୋଭିଡ୍ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇ ଏବେ ବି ଜାରି ରହିଛି। ଏହା ସନ୍ଧ୍ୟା ୬ଟା ଯାଏଁ ଚାଲିବ।
ପିପିଲି ବ୍ଲକର ସମୁଦାୟ ୧୯୯ଟି ବୁଥ୍ ଓ ଡେଲାଙ୍ଗ ବ୍ଲକର ୧୪୯ଟି ବୁଥ୍ରେ ମତଦାନ ଜାରି ରହିଛି। ୧,୧୯,୨୦୬ ଜଣ ପୁରୁଷ ଭୋଟର ଓ ୧,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ଏହାବାଦ୍ ୨ ଜଣ ତୃତୀୟ ଲିଙ୍ଗ ଓ ୩୨୧ଜଣ ସର୍ଭିସ୍ ଭୋଟର୍ ମଧ୍ୟ ଭୋଟ୍ ଦେବେ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/Voting-Percentage-Till-1-PM-in-Pipli-ByElection_Thumbnail.jpg)