ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

Advertisment
‘ଚଷାପୁଅ’କୁ ଝୁରୁଛି ଜନ୍ମମାଟି

MyNation

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଗତକାଲି ଗୁରୁତର ଭାବେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଛି। ହସ୍ପିଟାଲରୁ ତାଙ୍କର ପାର୍ଥିବ ଶରୀର ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନକୁ ଅଣାଯାଇଛି। ଏହାପରେ ତାଙ୍କ ମରଶରୀର ଦଳୀୟ କାର୍ଯ୍ୟଳୟକୁ ନିଆଯିବ ଏବଂ ଏହାପରେ ପିପିଲିସ୍ଥିତ ବାସଭବନକୁ ନିଆଯିବ ବୋଲି ସୂଚନା ମିଳିଛି।

publive-imageସୂଚନାଯୋଗ୍ୟ ଯେ, ଗତ ମାସ ୧୪ ତାରିଖରେ ସେ କରୋନା ଆକ୍ରାନ୍ତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ଅଧିକ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ ଅଲ୍ଟିମେଟ୍‌ ମେଡିକେୟାରରେ ଭର୍ତ୍ତି କରାଯାଇଥିଲା। ଗତକାଲି ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇ ଭେଣ୍ଟିଲେଟର୍‌ରେ ରଖାଯାଇଥିଲା। ହସ୍ପିଟାଲ୍‌ର ଏକ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe