ଆଗାମୀ ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତା ୧୯ ତାରିଖ ଦିନ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଏ ନେଇ ଆଜି ସ୍କୁଲ ଓ ଗଣ ଶିକ୍ଷା ବିଭାଗର ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ଚଳତ ବର୍ଷ ମୋଟ ସାଢ଼େ ତିନି ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଯୂୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୮୫ ହଜାର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଏହି ପରୀକ୍ଷା ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ତେବେ ପରୀକ୍ଷା ଖାତା ଦେଖାରେ ସାମାନ୍ୟ ବିଳମ୍ବ ହେତୁ ଗତବର୍ଷ ତୁଳନାରେ ୧ ସପ୍ତାହ ବିଳମ୍ବରେ ଚଳିତ ବର୍ଷ ପରୀକ୍ଷା ଫଳ ପ୍ରକାଶିତ ହେବାକୁ ଯାଉଛି। ଗତବର୍ଷ ମେ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଏଥର ମେ ୧୯ ତାରିଖରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ପରୀକ୍ଷା ଖାତାଗୁଡ଼ିକର ଇ ମୂଲ୍ୟାୟନ ହୋଇଛି।

ସମ୍ବନ୍ଧିତ ଖବର