ଯୁକ୍ତ୨ ନାମଲେଖା ଅବଧି ବଢ଼ିଲା, ୨୨ ଯାଏ ଆବେଦନ

ଯୁକ୍ତ୨ ନାମଲେଖା ଅବଧି ବଢ଼ିଲା, ୨୨ ଯାଏ ଆବେଦନ

photo by : telegraphindia.com

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ)ରେ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ଗତକାଲି ରାତି ସୁଦ୍ଧା ୪ ଲକ୍ଷ ୪୯ ଜଣ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ରେ ଆବେଦନ କରିଥିବା ବେଳେ ୪ ଲକ୍ଷ ୩୨ ହଜାର ୪୩ ଜଣ ନାମ ପଞ୍ଜୀକରଣ କରିଛନ୍ତି। ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଆବେଦନ ସମୟ ସୀମାକୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏଥିସହ ଜୁନ୍‌ ୨୩ରେ ପ୍ରକାଶ ପାଇବାକୁ ଥିବା ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ତଥା କଟ୍‌ ଅଫ୍‌ ମାର୍କ ତାଲିକା ଜୁନ୍‌ ୨୯ରେ ପ୍ରକାଶ ପାଇବ। ସେହିପରି ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୨ରୁ ୫ ତାରିଖ ମଧ୍ୟରେ ନାମ ଲେଖାଇବେ। ଜୁଲାଇ ୧୦ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ବାହାରିବ। ଏଥିପାଇଁ ଜୁଲାଇ ୧୧ ଓ ୧୨ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ଜୁଲାଇ ୧୬ରେ ବଳକା ସିଟ୍‌ ପାଇଁ ତାଲିକା ବାହାରିବ। ତାଲିକାରେ ଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୧ ମଧ୍ୟରେ ଅନୁଷ୍ଠିତ ହେବ। ଜୁଲାଇ ୨୪ରୁ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe