ମାର୍ଚ୍ଚ ୬ରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ସଂଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା ୨୦୧୮ ମାର୍ଚ୍ଚ ୬ରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୯ ଯାଏ ଚାଲିବ। ଏ ନେଇ ଗୁରୁବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମ ପରୀକ୍ଷା ହେବ। ଯୁକ୍ତ ୨ ବାର୍ଷିକ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହେବ। ପୂର୍ବାହ୍ଣ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ଣ ୧ଟା ଯାଏଁ ଚାଲିବ। ସେହିଭଳି ଜାନୁଆରି ୨୭ରୁ ଫେବ୍ରୁଆରି ୫ ଯାଏଁ ପ୍ରାକ୍ଟିକାଲ ପରୀକ୍ଷା ହେବ।

ସମ୍ବନ୍ଧିତ ଖବର