୨୧ରେ ଯୁକ୍ତ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର, : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ ଜୁନ୍‌ ୨୧ରେ ପ୍ରକାଶ ପାଇବ। ଭୁବନେଶ୍ବର ଜୟଦେବ ଭବନ ପରିସରରେ ଥିବା ଗୀତଗୋବିନ୍ଦ ସଦନରେ ଅପରାହ୍‌ଣ ୩ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାପରେ ପରୀକ୍ଷାର୍ଥୀମାନେ ‘www.chseodisha.nic.in’ ଓ ‘www.orissaresults.nic.in’ ମାଧ୍ୟମରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ରେଜଲ୍ଟ ଜାଣିବା ଲାଗି ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ଓ ରେଜିଷ୍ଟ୍ରେସନ୍‌ ନମ୍ବରର ଆବଶ୍ୟକତା ରହିଛି। େଵବସାଇଟ୍‌ରେ ଉଭୟ ନମ୍ବର ଦାଖଲ ନ କଲେ ପରୀକ୍ଷା ଫଳ ବାହାରିବ ନାହିଁ ବୋଲି ପରିଷଦର ଉପ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ଦାସ କହିଛନ୍ତି।

ଚଳିତବର୍ଷ କଳାରେ ୨ ଲକ୍ଷ ୩୫ ହଜାର ୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୭ ହଜାର ଓ ଧନ୍ଦାମୂଳକ ଶିକ୍ଷାରେ ମାତ୍ର ୬ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତବର୍ଷ ଜୁନ୍‌ ୯‌ରେ ଉକ୍ତ ୩ଟି ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଏଥର ୧୨ ଦିନ ବିଳମ୍ବରେ ରେଜଲ୍ଟ ପ୍ରକାଶ ପାଇବ।

ସମ୍ବନ୍ଧିତ ଖବର